ଭୁବନେଶ୍ୱର (ଏଏନ୍ଏସ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ପ୍ରଭାବରେ ଆଜିଠୁ ପୁଣି ବର୍ଷିବ। ଏନେଇ ୪ ଦିନ ପାଇଁ ସତର୍କ ଜାରି କରିଛି ପାଣିପାଗ ବିଭାଗ। ତେବେ ଆସନ୍ତାକାଲି ଗଣେଶ ପୂଜା।
ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ ଓ ବିସ୍ତୃତି। ଫଳରେ ବର୍ଷାରେ ପୂଜା ପାଇବେ ଗଣେଶ। ତେବେ ଆଜି ୧୩ ଜିଲ୍ଲାରେ ବିଜୁଳି , ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୦ରୁ ୨୨ ତାରିଖ ଭିତରେ ବର୍ଷାର ପ୍ରଭାବ ଅଧିକ ରହିବ