ଭୁବନେଶ୍ୱର, ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଓଡ଼ିଶାର ବିଭିନ୍ନ ସହର ସମେତ ରାଜ୍ୟ ବାହାରେ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ବ୍ୟାପକ ସତର୍କତା ମଧ୍ୟରେ ପରୀକ୍ଷା କରାଯିବ। ପରୀକ୍ଷାର୍ଥୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ବ ଦିଆଯିବା ସହ ଏଥର ୩ଟି ସିଟିଂରେ ପରୀକ୍ଷା କରିବାକୁ ଓଜେଇଇ କର୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷା ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ, ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଦ୍ବିତୀୟ ଓ ଅପରାହ୍ଣ ୪ଟାରୁ ୬ଟା ପର୍ଯ୍ୟନ୍ତ ତୃତୀୟ ସିଟିଂରେ ପରୀକ୍ଷା କରାଯିବ।
୧୨ରୁ ଆରମ୍ଭ ଓଜେଇଇ ପରୀକ୍ଷା
- Post published:October 2, 2020
- Post category:ଓଡିଶା
- Reading time:1 mins read