You are currently viewing ରାଜ୍ୟରେ ଆଉ ୬୭ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୬୭ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଏଏନଏସ)୧୨.୦୧.୨୦୨୨, ରାଜ୍ୟରେ   କରୋନାର ନୂଆ ଭାରିଆଣ୍ଟ ସଂକ୍ରମଣ ଲଗାତର ବୃଦ୍ଧି ପାଉଛି । ଆଜି ରାଜ୍ୟରେ  ଦିନକରେ ରେକର୍ଡ ସଂଖ୍ୟକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି । ଏନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ,  ଗତକାଲି ଓଡିଶାରେ ୨୮ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫୦୯୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩୬୮୨।

ଅନ୍ୟମାନଙ୍କୁ ଜଣାନ୍ତୁ।