ଭୁବନେଶ୍ୱର (ଏଏନଏସ): ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନ୍ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟରେ ଥିବା ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ୫ଟି ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଦେବା ପାଇଁ ଛାତ୍ରଛାତ୍ରୀମାନେ www.oav.edu.in ରେ ନାମ ପଞ୍ଜୀକରଣ କରିପାରିବେ। ପଞ୍ଜୀକରଣର ଶେଷ ତାରିଖ ନଭେମ୍ବର ୨୦ ତାରିଖକୁ ଧାର୍ଯ୍ୟ ହୋଇଛି। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉପଲବ୍ଧ ଥିବା ସମସ୍ତ ସିଟ୍ ମଧ୍ୟରୁ ୫୦ପ୍ରତିଶତ ସିଟ୍ ଛାତ୍ରୀମାନଙ୍କ ପାଇଁ ସଂରକ୍ଷିତ ରହିଛି।
![adarsh bidyalaya](https://ansodia.in/wp-content/uploads/2023/11/adarsh-bidyalaya.webp)
ଆରମ୍ଭ ହେଲା ଆଦର୍ଶ ବିଦ୍ୟାଳୟ ପାଇଁ ପଞ୍ଜୀକରଣ
- Post published:November 2, 2023
- Post category:ଓଡିଶା
- Reading time:1 mins read