ଓଲଟିଲା ବସ୍, ୨୫ରୁ ଉର୍ଦ୍ଧ୍ୱ ଆହତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ଗାଡିଆପଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଘରୋଇ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି, ଯେଉଁଥିରେ କି ୨୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ଗୁରୁତର ଅବସ୍ଥାରେ ଫୁଲବାଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଯେ, ବିଳମ୍ବିତ ରାତ୍ରିରେ ବସଟି ଗାଡିଆପଡା ଘାଟି ଦେଇ ଅତିକ୍ରମ କରୁଥିବା ବେଳେ ବସଟି ଓଲଟି ଯାଇଛି । ଖବର ପାଇ ଖଜୁରିପଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ।

Leave A Reply

Your email address will not be published.