You are currently viewing ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ : ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ,ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ : ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ,ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ଏଏନଏସ : ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ । ଆଜି ଭୋର ୫ଟା ସମୟରେ ୭୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଦୁଇ ଦିନ ତଳେ ଅସୁସ୍ଥ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ । ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ଏଥିପାଇଁ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲେ। ୨୦୧୯ ମାର୍ଚ୍ଚ ୧୬ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିଲା ।

ମୁଖ୍ୟମନ୍ତ୍ରୀ କମଳାଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀ ସ୍ବର୍ଗତ ପୂଜାରୀଙ୍କ ପୁଅ ଟଙ୍କଧର ପୂଜାରୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ତାଙ୍କୁ ଶାନ୍ତ୍ବନା ଦେଇଛନ୍ତି । ଏଥିସହ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ବର୍ଗତ ପୂଜାରୀଙ୍କ ଶେଷ କୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

ଅନ୍ୟମାନଙ୍କୁ ଜଣାନ୍ତୁ।