You are currently viewing ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ ଆୟୋଗ

ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ ଆୟୋଗ

ଭୁବନେଶ୍ୱର(ଏଏନଏସ) ୨୮.୧୦.୨୦୨୧,  ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ । ଏଥିପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପ୍ରକ୍ରିୟା । ଆଗାମୀ ଦିନରେ ହେବାକୁ  ଥିବା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ସର୍ବଦଳୀୟ ବୈଠକ ଡାକିଛନ୍ତି ନିର୍ବାଚନ ଆୟୋଗ । ଆସନ୍ତା ୬ ତାରିଖ ଦିନ ଏହି ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି । ଏଥି ପାଇଁ ସମସ୍ତ ରାଜନୈତିକ ଦଳକୁ ଚିଠି ଲେଖିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ୨୦୨୨ରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକରେ ନିର୍ବାଚନ ଅନୁଷ୍ଠିତ ହେବ । ଜିଲ୍ଲା ପରିଷଦଗୁଡିକର କାର୍ଯ୍ୟକାଳ ଆସନ୍ତା ବର୍ଷ ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ସୁଦ୍ଧା ସରିବ । ନିୟମାନୁସାରେ କାର୍ଯ୍ୟକାଳ ସରିବା ପୂର୍ବରୁ ନିର୍ବାଚନ ହେବା ଆବଶ୍ୟକ ।


ଅନ୍ୟମାନଙ୍କୁ ଜଣାନ୍ତୁ।