You are currently viewing ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭.୫୧ ଲକ୍ଷ ଭୋଟର

ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭.୫୧ ଲକ୍ଷ ଭୋଟର

ଭୁବନେଶ୍ୱର(ଏଏନଏସ)୧୬.୦୨.୨୦୨୨, ବହୁ ପ୍ରତୀକ୍ଷିତ ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠାରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ମତଦାନ ପୂର୍ବାହ୍ନ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଜାରି ରହିବ । ଏହି ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୨୦୦ ଜିଲ୍ଲା ପରିଷଦ ଆସନ, ୧୬୬୯ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଏବଂ ୨୨,୩୭୯ ୱାର୍ଡମେମ୍ବର ପଦବୀ ପାଇଁ ଭୋଟ ଗ୍ରହଣ କରାଯାଉଛି । ପ୍ରଥମ ପର୍ଯ୍ୟାୟ ମତଦାନରେ ୬୭.୫୧ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଏଥିପାଇଁ ୨୨,୩୭୯ଟି ବୁଥ୍ ସ୍ଥାପନ କରାଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ି ସୂଚନା ଦେଇଛନ୍ତି ।
ତେବେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ସଂପନ୍ନ କରିବ ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି । ମୋଟ ୨୫ ପ୍ଲାଟୁନ୍ ପୋଲିସ ମୁତୟନ ଅଛନ୍ତି । ପ୍ରଥମ ପର୍ଯ୍ୟାୟର ମତଦାନ ପାଇଁ ୧୮୩୪ଟି ମୋବାଇଲ ପାଟ୍ରୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।