You are currently viewing ଆଜି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଆଜି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର(ଏଏନଏସ)୨୦.୦୨.୨୦୨୨, ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ୬୩ଟି ବ୍ଲକର ୧୭୧ଟି ଜିଲ୍ଲା ପରିଷଦ ଆସନ, ୧୩୮୨ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପଦବୀ ନିମନ୍ତେ ଭୋଟ ଗ୍ରହଣ କରାଯାଉଛି ।୫୬.୫୩ ଲକ୍ଷ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ । ଏଥିପାଇଁ ୧୮୪୯୫ ବୁଥ୍‌ ସ୍ଥାପନ କରାଯାଇଥିବା ବେଳେ ସେଥିମଧ୍ୟରୁ ୨୭୭୩ଟି ବୁଥ୍‌ ଉତ୍ତେଜନା ପ୍ରବଣ ଚିହ୍ନଟ ହୋଇଛି ।
ସୂଚନାଯୋଗ୍ୟ ଯେ, ଗତ ଦୁଇଟି ପର୍ଯ୍ୟାୟ ମତଦାନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଓ ହିଂସାକାଣ୍ଡ ସୃଷ୍ଟି ହୋଇଥିବାର ଦେଖିବାକୁ ମିଳିଥିଲା । ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମ୍ପର୍ଣ୍ଣ କରିବା ପାଇଁ ରାଜ୍ୟରେ ୨୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।ସେହିପରି ୧୬୨୫ ମୋବାଇଲ ୟୁନିଟ ମଧ୍ୟ ମୁତୟନ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।