You are currently viewing କରୋନାରେ ଆକ୍ରାନ୍ତ ହେଲେ ପିସିସି ସଭାପତି

କରୋନାରେ ଆକ୍ରାନ୍ତ ହେଲେ ପିସିସି ସଭାପତି

ଭୁବନେଶ୍ୱର(ଏଏନଏସ)୨୪.୦୧.୨୦୨୨, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି । ସେ ଏବେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇନେବା ପାଇଁ ପିସିସି ସଭାପତି ଅନୁରୋଧ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ ହ୍ରାସ ପାଉଛି ଦୈନିକ ସଂକ୍ରମଣ । ଆଜି ରାଜ୍ୟରୁ ୭୨୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୨୨୬ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୩୦୬୫ ଜଣ ଲୋକାଲ କେସ୍ ରହିଛି । ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୯୫୪ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।