You are currently viewing ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜି ପେଟ୍ରୋଲ ଦର?

ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜି ପେଟ୍ରୋଲ ଦର?

ଭୁବନେଶ୍ୱର (ଏଏନ୍ଏସ୍): ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ ଦାମ ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ଟଙ୍କା ୭୨ ପଇସା ଥିବା ବେଳେ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ରହିଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୩୫ ପଇସା ଥିବା ବେଳେ ଡିଜେଲ ଲିଟର ପିଛା ୯୪ଟଙ୍କା ୨୭ ପଇସା ରହିଛି ।

ସେହିପରି ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ଟଙ୍କା ୨୪ ପଇସା ରହିଛି । କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।