You are currently viewing ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା; ଜଣେ ମୃତ

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା; ଜଣେ ମୃତ

ଭୁବନେଶ୍ୱର, ଭୁବନେଶ୍ୱର ରାଜଭବନ ପାଖ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ସତ୍ୟ ନାୟକ। ଏନେଇ SCB ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଗତକାଲି ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ପରେ ଗୁରୁତର ୨ ଜଣଙ୍କୁ କଟକ SCBକୁ ସ୍ଥାନାନ୍ତର କରାଯାଇଥିଲା। ସତ୍ୟଙ୍କ ଶରୀରର ୬୦ ପ୍ରତିଶତ ପୋଡ଼ି ଯାଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।