bus

ପୁଣି ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ, ୧୨ ଯାତ୍ରୀ ଆହତ

  • Post category:ଓଡିଶା
  • Reading time:1 mins read

ଏଏନଏସ: ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ତୀର୍ଥଯାତ୍ରୀ ବସ୍ । ବାଲେଶ୍ବର ଜିଲ୍ଲା ନିଧିପଣ୍ତା ଛକ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ୧୨ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ୬୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଉ ପୁରୀରୁ- କଲିକତା ବାଙ୍କୁଡ଼ା ଅଭିମୁଖେ ଏହି ତୀର୍ଥଯାତ୍ରୀ ବସ୍ ବାହାରିଥିଲା। ବାଲେଶ୍ବର ନିଧିପଣ୍ତା ଛକ ନିକଟରେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବସଟି ଭାରସାମ୍ୟ ହରାଇ ଏକ ଟିପରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଥିଲା ।  ଫଳରେ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ହାଇୱେ ପାଟ୍ରୋଲିଂ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

 

ଅନ୍ୟମାନଙ୍କୁ ଜଣାନ୍ତୁ।