You are currently viewing ବାତ୍ୟା ପାଇଁ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର

ବାତ୍ୟା ପାଇଁ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର

  • Post category:ଓଡିଶା
  • Reading time:1 mins read

ପୁରୀ-୨୪.୦୫.୨୦୨୧, ସମ୍ଭାବ୍ୟ ବାତ୍ୟା ୟାସକୁ ଦୃଷ୍ଟିରେ ରଖି.ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ଗର୍ଭବତୀ ମହିଳା ମାନଙ୍କ ସୁରକ୍ଷା ଦୃଷ୍ଟିରୁ ସେମାନଙ୍କୁ ନିକଟସ୍ଥ ପ୍ରସବ କେନ୍ଦ୍ରକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରାଯାଉଛି । ଏଥିରେ ଆଶା, ଅଙ୍ଗନୱାଡି ଓ ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ସହଯୋଗ କରୁଛନ୍ତି ।

ଏଠାରେ ସୂଚନାଯୋଗ୍ୟ ଯେ, ବାତ୍ୟା ୟାସ ୨୬ ତାରିଖ ମଧ୍ୟାହ୍ନରେ ପାରାଦୀପ ଓ ସାଗର ଦୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ ବେଳେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ଲ୍ୟାଣ୍ଡଫଲ୍ ବେଳକୁ ପବନ ବେଗ ଘଣ୍ଟା ପ୍ରତି ୧୮୫ କିଲୋମିଟର ହେବ ବୋଲି ଆକଳନ କରାଯାଇଛି । ଏହାର ପ୍ରଭାବ ଉତ୍ତର ଓଡିଶାରେ ବେଶି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରେ ବି ପୁରୀରେ ଏହାର ବେଶ ପ୍ରଭାବ ରହିବ । ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।