ଆଜି ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର, ଆଜି ଦୁଇଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟପତିଙ୍କ ଗସ୍ତକୁ ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଭାବେ ଯାଞ୍ଚ କରାଯାଉଛି । ସୂଚନା ଅନୁସାରେ, ରାଷ୍ଟ୍ରପତି ସନ୍ଧ୍ୟାରେ ଓଡିଶା ପହଞ୍ଚିବା ପରେ ରାଜଭବନରେ ରାତ୍ରିଯାପନ କରିବେ । ୨୧ ତାରିଖରେ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ମାର୍ଚ୍ଚ ୨୨ ତାରିଖ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିରମ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.