rahul

ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଆସିବେ ରାହୁଲ ଗାନ୍ଧୀ 

ଏଏନଏସ: ପୁଣି ଓଡିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଆସିବେ ରାହୁଲ। ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ ରାହୁଲ । ଏହାପରେ ସିଧା ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ସେଠାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବା ସହ ୪୫ ମିନିଟ୍ ସାଧାରଣ ସଭାରେ ରହିବାର କାର୍ଯ୍ୟକ୍ରମ ରହିଛି । ଏହାର ଦିନକ ପରେ ଅର୍ଥାତ୍ ୧୬ ତାରିଖରେ ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ୍ ଖଡଗେ । କନ୍ଧମାଳରେ ଆୟୋଜିତ ସାଧାରଣ ସଭାରେ ଉଦ୍ବୋଧନ ଦେବେ ଏଆଇସିସି ଅଧ୍ୟକ୍ଷ । ସେହିପରି ଆସନ୍ତାକାଲି ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଓଡିଶା ଆସୁଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।