You are currently viewing ପଶ୍ଚିମା ଝଡ଼ ପ୍ରଭାବରେ ୨୪ରୁ ରାଜ୍ୟରେ ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ୨୪ରୁ ରାଜ୍ୟରେ ବର୍ଷା ସମ୍ଭାବନା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୨୩/୦୨, ଦେଶର ଉତ୍ତର-ପଶ୍ଚିମ ଭାଗରେ ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ କିଛି ଜିଲ୍ଲାରେ ବର୍ଷା ହେବାକୁ ଥିବାବେଳେ ୨୫ରୁ ବର୍ଷାର ପରିମାଣ ବଢ଼ିବ ବୋଲି ଅନୁମାନ କରାଯାଉଛି। ବର୍ତ୍ତମାନ ଆଫଗାନିସ୍ଥାନ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ପଶ୍ଚିମା-ଝଡ ପ୍ରଭାବରେ ୨୪ରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ ଏବଂ ଦେବଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।
ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟମାନଙ୍କୁ ଜଣାନ୍ତୁ।