You are currently viewing ଆସନ୍ତା ୪ଦିନ କାଳବୈଶାଖୀ ସମ୍ଭାବନା

ଆସନ୍ତା ୪ଦିନ କାଳବୈଶାଖୀ ସମ୍ଭାବନା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର -୩୧.୦୫.୨୦୨୧, ଆସନ୍ତା ୪ଦିନ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା – ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, କଲାହାଣ୍ଡି, କନ୍ଧମାଲ, ଯାଜପୁର, ବାଲେଶ୍ବର, ଭଦ୍ରକରେ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବା ନେଇ ସତର୍କ କରାଯାଇଛି । ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ମଧ୍ୟ କୁହାଯାଇଛି । ଏହି ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ଟିଟିଲାଗଡ଼ରେ ୪୨ଡିଗ୍ରି ସେଲସିୟସ ରେକର୍ଡ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।