rain

ରାଜ୍ୟରେ କୋହଲା ପାଗକୁ ବର୍ଷା, ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

  • Post category:ଓଡିଶା
  • Reading time:1 mins read

ଏଏନଏସ: ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ କାରଣରୁ ଶୀତର ପ୍ରକୋପ ବଢିବାରେ ଲାଗିଛି । ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହୋଇଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ଦକ୍ଷିଣ ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ସେହିପରି ଆଜି ମଧ୍ୟ ୧୨ଟି ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 

ବର୍ଷା କାରଣରୁ ରାଜ୍ୟରେ ରାତି ସମୟର ତାପମାତ୍ରା ୨ରୁ ୩ ଡିଗ୍ରୀ କମ୍ ରହିଛି । ତାପମାତ୍ରା କମିବା କାରଣରୁ ଥଣ୍ଡାର ପ୍ରକୋପ ବଢିବାରେ ଲାଗିଛି । ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।