ଏଏନଏସ: ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରାଜ୍ୟବାସୀଙ୍କୁ ମିଳିଲା ତ୍ରାହି | ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନଯାୟୀ ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ପର୍ଯ୍ୟନ୍ତ ଛତିଶଗଡ଼ ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି, ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ଏବଂ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ହେବାର ସମ୍ଭାବନା ରହିଛି।
ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ତାଣ୍ଡବ ରଚିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ ପାଖାପାଖି ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।