You are currently viewing ରବିବାରଠାରୁ  କମିବ ବର୍ଷା

ରବିବାରଠାରୁ କମିବ ବର୍ଷା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏ ଏନ୍ ଏସ) ୨୧|୦୮:  ରବିବାରଠୁ ରାଜ୍ୟର ବର୍ଷାରେ ବ୍ରେକ୍‌ ଲାଗିବ । ଉତ୍ତର ପଶ୍ଚିମ ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ଗଭୀର ଅବପାତ ଝାଡ଼ଖଣ୍ଡ ଦେଇ ଉତ୍ତର ଛତିଶଗଡ଼ରୁ ମଧ୍ୟପ୍ରଦେଶ ଆଡ଼କୁ ମୁହାଁଇବ । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ଦୁର୍ବଳ ହୋଇଛି । ଫଳରେ ଆସନ୍ତା ସପ୍ତାହ ଯାଏ ରାଜ୍ୟରେ ଅଧିକ ବର୍ଷା ନାହିଁ । କିନ୍ତୁ ରବିବାର ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ଭାରୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ୨୧ ଓ ୨୨ ତାରିଖରେ ରାଜ୍ୟରେ ଆଦୌ ବର୍ଷା ନାହିଁ । ୨୩ ଓ ୨୪ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶା ସମେତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ । କିନ୍ତୁ କୌଣସି ଅଞ୍ଚଳରେ ବିସ୍ତୃତ ବର୍ଷାର ଆଶଙ୍କା ନାହିଁ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡିର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।୨୧ରେ ଛତିଶଗଡ଼ର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।