You are currently viewing ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନ୍ଏସ) ୨୬/୦୬, ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

କେତେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ମଧ୍ୟ ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖ ଏସବୁ ଜିଲ୍ଲା ପାଇଁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଜୁଲାଇ ପ୍ରଥମ ସପ୍ତାହରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବାରୁ ଭଲ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଅନ୍ୟମାନଙ୍କୁ ଜଣାନ୍ତୁ।