rain

ଅବପାତର ରୂପ ନେଲା ଲଘୁଚାପ, ୪ ଦିନ ବର୍ଷା

  • Post category:ଓଡିଶା
  • Reading time:1 mins read

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏନେଇ ରାଜ୍ୟରେ ୧୨ ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ଯାଏଁ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏପଟେ ଲଘୁଚାପ ପ୍ରଭାବରେ ତାମିଲନାଡୁ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହୋଇଛି। ଏନେଇ ୫ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରିବା ସହ ୯ ଜିଲ୍ଲାରେ ଗତକାଲି ଓ ଆଜି ଛୁଟି ଘୋଷଣା କରାଯାଇଛି । ଏଥିସହ ସରକାରୀ କାର୍ଯ୍ୟାଳୟ ଓ ସମସ୍ତ ସ୍କୁଲ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବା ସହ ପାଗ କୋହଲା ରହିଛି । ଏଥିସହ ଆସନ୍ତାକାଲି ଠାରୁ ୧୫ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା, ଯାଜପୁର ଏବଂ ପୁରୀ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।