ଭୁବନେଶ୍ୱର(ଏଏନଏସ)୦୬/୧୦, ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ରମଶଃ ଦୂର୍ବଳ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହୋଇଛି। ମେଘୁଆ ପାଗ ସହ କିଛି ଅଞ୍ଚଳରେ ହାଲୁକା ବର୍ଷା। ଆଜି ପାଇଁ ୩ ଜିଲ୍ଲା ପୁରୀ, ଗଞ୍ଜାମ ଓ ଗଜପତିକୁ ୟେଲୋ ସତର୍କତା ଦିଆଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଛି। ଏହା ସହ ଆନ୍ଧ୍ର ପ୍ରଦେଶ ଉପକୂଳରୁ ଉତ୍ତରାଖଣ୍ଡ ପର୍ଯ୍ୟନ୍ତ ସକ୍ରିୟ ରହିଛି ଏକ ଟ୍ରଫ୍ ଲାଇନ। ଏହାର ପ୍ରଭାବରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ଲାଗି ରହିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲଘୁଚାପ ଦୁର୍ବଳ ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେଉଛି। ସେପଟେ ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ଅର୍ଥାତ ୧୩-୧୪ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି। ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ