You are currently viewing ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ଓଡ଼ିଶା ପଶ୍ଚିମବଙ୍ଗ ସୀମାନ୍ତ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ । ଉତ୍ତର ଓଡ଼ିଶା ଉପରେ ଲଘୁଚାପ ରହିଛି। ଏହାର ପ୍ରଭାବରେ ମୌସୁମି ଏବେ ସକ୍ରିୟ । ଆଜି ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ବଲାଙ୍ଗୀର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ପାଇଥିବା ଗଞ୍ଜାମ, କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୋନପୁର, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବରଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି । ଏହି ସମୟରେ ସମସ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ନିମନ୍ତେ ବାରଣ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।