You are currently viewing ରାଜ୍ୟରେ ଜାରି ରହିଛି  ଗ୍ରୀଷ୍ମ ପ୍ରବାହ

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୧୯/୦୫, ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି । ଆହୁରି ୪ ଦିନ ପଶ୍ଚିମ ଓଡିଶାରେ ହିଟ୍ ୱେଭ୍ ବା ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏଭଳି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ୪୪.୨ ଡିଗ୍ରୀ ସହ ସୋନପୁର ରାଜ୍ୟର ଉତପ୍ତ ସହର ପାଲଟିଥିବା ବେଳେ ରାଜ୍ୟର ୨୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ନୂଆପଡା, ସମ୍ବଲପୁର, ଝାରସୁଗୁଡା ଓ ହୀରାକୁଦରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ଏହାରି ଭିତରେ କିନ୍ତୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ଘଡଘଡି ସହ ବର୍ଷା ହୋଇଛି । ଆଜି ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ଉତର ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।