ଭୁବନେଶ୍ୱର(ଏଏନଏସ)୦୭/୧୦, ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି । ଏଭଳି ସ୍ଥିତିକୁ ଅନୁଧ୍ୟାନ କରି ରାଜ୍ୟରେ ଚଳିତବର୍ଷ ମୌସୁମୀ ବିଳମ୍ବରେ ଫେରିବ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ । ଉତ୍ତରା ପବନ ପ୍ରବାହ କ୍ଷିଣ ରହିଥିବାରୁ ରାଜ୍ୟରେ ଶୀତ ବିଳମ୍ବରେ ଆସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଗତକାଲି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆଗାମୀ ୨୪ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବା ନେଇ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ ଉପକୂଳ ଓ ତାର ପାଶ୍ୱର୍ବର୍ତୀ ଜିଲ୍ଲାରେ ଲାଗି ରହିବ ବର୍ଷା । ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ବର୍ଷାର ପ୍ରଭାବ ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ କମିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ