You are currently viewing ମେ ୨ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ

ମେ ୨ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୨୮/୦୪, ମେ ୨ ଯାଏ କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ଏବଂ ଝଡ଼ ତୋଫାନ ହେଉଛି। ଆଜି ଉପକୂଳ ସହିତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏହାବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ଏହିଭଳି କାଳବୈଶାଖୀ ବର୍ଷା ଜାରି ରହିବା ସହ ତାପମାତ୍ରା ବି ‌ବିଶେଷ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି। ଆଜି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନ‌ା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

ଅନ୍ୟମାନଙ୍କୁ ଜଣାନ୍ତୁ।