You are currently viewing ଆଜି ହେଉଛି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା

ଆଜି ହେଉଛି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା

ପୁରୀ- ୧୨.୦୭.୨୦୨୧, ଆଜି ହେଉଛି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ଘରକୁ ଯାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । କୋଭିଡ କଟକଣା ପାଇଁ ଦିବ୍ୟ ସେବାରୁ ଭକ୍ତ ବଞ୍ଚିତ ରହିଛନ୍ତି । କରୋନା ସଂକ୍ରମଣ ପାଇଁ ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହୋଇଛି । ରଥଯାତ୍ରାରେ କରୋନା ସଂକ୍ରମଣର ମଧ୍ୟ ବିଶେଷ ଧ୍ୟାନ ରଖାଯାଇଛି । ସେଵାୟତ ପୋଲିସ କର୍ମଚାରୀ, ପ୍ରଶାସନ କର୍ମଚାରୀଙ୍କର ,କରୋନା ଟେଷ୍ଟ ମଧ୍ୟ ହୋଇଛି । କୋଭିଡ ଗାଇଡଲାଇନକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟ ଜାରୀ ରହିଛି। ଶ୍ରୀମସ୍ତକରେ ଟାହିଆ ସୁଶୋଭିତ, ଘଣ୍ଟ, କାହାଳି ତାଳେ ତାଳେ ଝୁଲି ଝୁଲି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଧାଡ଼ି ପହଣ୍ଡିରେ ନନ୍ଦିଘୋଷ ରଥକୁ ବିଜେ କରିଛନ୍ତି। ଏବେ ବଡଦାଣ୍ଡରେ ରଥଟଣା ଆରମ୍ଭ ହୋଇଛି । ପ୍ରଥମେ ଗଡିଲା ବଳଭଦ୍ରଙ୍କ ତାଳଧ୍ବଜ।
ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟୁଇଟ କରି କହିଛନ୍ତି ଯେ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ। ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।
ରଥଯାତ୍ରା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।