You are currently viewing ସୃଷ୍ଟି ହେଲା ଲଘୁଚାପ, ୯ଜିଲ୍ଲାକୁ ରେଡ୍ ଆଲର୍ଟ

ସୃଷ୍ଟି ହେଲା ଲଘୁଚାପ, ୯ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର (ଏଏନ୍ଏସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

ସେହିପରି ଆସନ୍ତା କାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ୯ ଜିଲ୍ଲା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।