You are currently viewing ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣିଂ ଜାରି, ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ

ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ ଓ୍ୱାର୍ଣ୍ଣିଂ ଜାରି, ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ

ଭୁବନେଶ୍ୱର-୧୩.୦୯.୨୦୨୧, ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ତେଣୁ ଏହି ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ୫ ଜିଲ୍ଲାରେ ପ୍ରବଳରୁ ଅଚି ପ୍ରବଳ ବର୍ଷା ନେଇ ରେଡ ଓ୍ୱାର୍ଣ୍ଣିଂ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଲା -ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ । ସେହିପରି ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢ଼େଙ୍କାନାଳ, ଖୋର୍ଦ୍ଧା, ଜଗତସିଂପୁର, ପୁରୀ ଓ କଟକକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକ, ଯାଜପୁର, ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ରାଜ୍ୟର ଅସ୍ତରଙ୍ଗ, ପୁରୀ, ଭୁବନେଶ୍ଵର, ପାରାଦୀପରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ୮୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲା ପୁରୀ । ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ପାରାଦୀପରେ ୨୧୯ ମିମି ଓ ଭୁବନେଶ୍ବରରେ ୧୯୫ ମିମି ବର୍ଷା ରେକର୍ଡ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।