ଭୁବନେଶ୍ୱର(ଏଏନଏସ): ଅସହ୍ୟ ହେଲାଣି ତାତି। ସକାଳୁ ସକାଳୁ ଅସମ୍ଭାଳ ଖରା। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ତାତିରୁ ମିଳିବନି ତ୍ରାହି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଆଜି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟର ଅନେକ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ପାଇଁ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, ବୌଦ୍ଧ, ନୂଆପଡ଼ା ଆଦି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆଉ ୧୭ ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଆହୁରି ଅଧିକ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହି ଦିନ ୧୮ ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, ବୌଦ୍ଧ, ନୂଆପଡ଼ା ସମେତ ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଯାଜପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବାକି ଜିଲ୍ଲାଗୁଡ଼ିକ ପାଇଁ ଜାରି କରାଯାଇଛି ଅରେଂଜ ୱାର୍ଣ୍ଣିଂ । ସେହିପରି ୨୯ ଓ ୩୦ ତାରିଖରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ନେଇ ୮ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।