ଭୁବନେଶ୍ବର, ରାଜ୍ୟର ମାଧ୍ୟମିକ ବିଦ୍ୟାଳୟ ତଥା ହାଇସ୍କୁଲରେ ଶିକ୍ଷାଦାନ କରୁଥିବା ୩୮୮୪ଜଣ ଚୁକ୍ତିଭିତ୍ତିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟମିତ କରାଯାଇଛି। ନିଯୁକ୍ତି ହେବାର ୬ବର୍ଷ ପୂରଣ କରିଥିବାରୁ ଏହି ଶିକ୍ଷକମାନଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିୟମିତ କରାଯାଇଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ସେମାନଙ୍କୁ ନିୟମିତ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ୬ ବର୍ଷ ପୂରଣ କରିଥିବାରୁ ୩୮୮୪ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ନିୟମିତ ହୋଇଛନ୍ତି। ହାଇସ୍କୁଲରେ ଖାଲି ଥିବା ଶିକ୍ଷକ ପଦ ପୂରଣ ଦିଗରେ ପଦକ୍ଷେପ ନିଆଯାଉଛି।