ନୂଆଦିଲ୍ଲୀ, ଦେଶରେ କରୋନା ପାଇଁ ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନକୁ ମାର୍ଚ୍ଚରୁ ବନ୍ଦ କରାଯାଇଥିଲା । କିନ୍ତୁ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଯେ, ଦେଶରେ ୨୧ ସେପ୍ଟେମ୍ବରରୁ ସ୍କୁଲ ଖୋଲିବ । କେବଳ ୯ମ, ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବ । ଏନେଇ ଏସଓପି ମଧ୍ୟ ଜାରି କରାଯାଇଛି । କରୋନା ଗାଇଡ଼ ଲାଇନ ଅନୁସାରେ ମାସ୍କ ପିନ୍ଧିବା, ହାତ ଧୋଇବା ବାଧ୍ୟତାମୂଳକ କରାଯାଇଛି । ସ୍କୁଲରେ ସାମାଜିକ ଦୂରତା ମଧ୍ୟ ପାଳନ କରାଯିବ । ଏହାସହ ସ୍କୁଲରେ କୌଣସି ପ୍ରକାରର ସମାରୋହ, କ୍ରୀଡ଼ା ପ୍ରତିଯୋଗିତାକୁ ଅନୁମତି ମିଳିବ ନାହିଁ । କେବଳ କଣ୍ଟେନମେଣ୍ଟ ଜୋନ ବାହାରେ ଥିବା ସ୍କୁଲ ଖୋଲିବ । ଏହାସହ କଣ୍ଟେନମେଣ୍ଟ ଜୋନ ଭିତରେ ଥିବା ଶିକ୍ଷକ ଓ ଶିକ୍ଷୟତ୍ରୀ ସ୍କୁଲ ଆସି ପାରିବେ ନାହିଁ । ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶାରେ ପୂଜା ଛୁଟି ଯାଏଁ ସ୍କୁଲ ଓ କଲେଜ ଆଦି ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା