You are currently viewing ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ: ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବି

ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ: ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ବର (ଏଏନଏସ): ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ। ଶୀତ ଅଧିବେଶନର ଦ୍ବିତୀୟ ଦିନରେ ପ୍ରଶ୍ନକାଳକୁ ଅଚଳ କରିଛନ୍ତି ବିରୋଧୀ। ପୂର୍ବ ରଣନୀତି ଅନୁସାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧି ବିଜେପି ଓ କଂଗ୍ରେସର ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ ଓ ନାରାବାଜି କରିଛନ୍ତି। ଫଳରେ ଅସ୍ବାଭାବିକ ପରିସ୍ଥିତି ଉପୁଜିବାରୁ ବାଚସ୍ପତି ଦିନ ୧୨ଟା ପର୍ଯ୍ୟନ୍ତ ଗୃହକୁ ମୁଲତବି କରିଛନ୍ତି।

ତେବେ ଆଜି ଦ୍ବିତୀୟ ଦିନରେ  କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ହେବାର ଥିଲା। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ ଚାଲି ପାରିନି ପ୍ରଶ୍ନକାଳ ।

ଅନ୍ୟମାନଙ୍କୁ ଜଣାନ୍ତୁ।