You are currently viewing ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି

ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି

କଳାହାଣ୍ଡି, ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାଇଡ୍ ଲାଇନ୍ ଜାରି କରାଯାଇଛି । କୋଭିଡ୍ ପାଇଁ ଛତର ଯାତ୍ରାରେ ଜନସମାଗମକୁ ରୋକିବାକୁ ସହରରେ ୨୩ ତାରିଖଠାରୁ ୨୫ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି । ଭବାନୀପାଟଣା ସହରକୁ ପ୍ରବେଶ ପାଇଁ କଟକଣା ଜାରି କରାଯାଇଛି । ଗୋଟିଏ ସ୍ଥାନରେ ୪ ଜଣରୁ ଉର୍ଦ୍ଧ୍ବ ଲୋକ ରହିପାରିବେ ନାହିଁ । ଏ ନେଇ କଳାହାଣ୍ଡି ଜିଲ୍ଲାପାଳ ପରାଗ ହର୍ଷଦ ସୂଚନା ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।