You are currently viewing ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ପରଲୋକ

କଟକ, ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟ ସଚେତକ ଗୁରୁପଦ ନନ୍ଦଙ୍କ ଆଜି କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଗୁରୁପଦ ନନ୍ଦ କଂଗ୍ରେସ ଟିକେଟରେ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।