Dama-Rout

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର, ହୃଦଘାତର ଶିକାର ହୋଇ ହସ୍ପିଟାଲରେ ହେଉଛନ୍ତି ଚିକିତ୍ସିତ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର। ଏନେଇ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି। ହୃଦଘାତର ଶିକାର ହୋଇ ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ ରାଉତ । ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି ।

ସୂଚନାଯୋଗ୍ୟ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ । କିନ୍ତୁ ପରବର୍ତ୍ତୀ ସମୟରେ ସେ ବିଜେପି ଦଳ ଛାଡ଼ିଥିଲେ। ତେବେ ଗତ କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ବହିଷ୍କାର ପ୍ରତ୍ୟାହାର କରି ପୁଣିଥରେ ବିଜେଡିକୁ ଫେରାଇ ଆଣିଥିଲେ ନବୀନ ପଟ୍ଟନାୟକ ।

ଅନ୍ୟମାନଙ୍କୁ ଜଣାନ୍ତୁ।