You are currently viewing ଆଜି ରାୟଗଡ଼ାରେ ବିଏସକେୱାଇ ସ୍ମାର୍ଟ କାର୍ଡ଼ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜି ରାୟଗଡ଼ାରେ ବିଏସକେୱାଇ ସ୍ମାର୍ଟ କାର୍ଡ଼ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା(ଏଏନଏସ) ୨୩.୧୧.୨୦୨୧, ଆଜି  ରାୟଗଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା କାର୍ଡ଼ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ । ରାୟଗଡାର ଜିସିଡ଼ି ପଡ଼ିଆ ଠାରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେବା ପରେ ଏହି କାର୍ଡ଼ ବଣ୍ଟନ କରାଯିବ । ଏହାସହ  ମୁଖ୍ୟମନ୍ତ୍ରୀ ଅନ୍ୟାନ୍ୟ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ।  ଏହି ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ଜିଲ୍ଲାର ୨ ଲକ୍ଷ ୫୨ ହଜାର ୧୯୧ ପରିବାରର ୮ ଲକ୍ଷ ୩୪ ହଜାର ୫୭୦ ଜଣ ହିତାଧିକାରୀ ଉପକୃତ ହେବେ । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣମନ୍ତ୍ରୀ ଜଗନ୍ନାଥ ସାରକା, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।