You are currently viewing ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

  • Post category:ଓଡିଶା
  • Reading time:1 mins read

ପୁରୀ (ଏଏନଏସ): ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।

ତେଣୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ଗୁପ୍ତ ନୀତି ହୋଇଥିବାରୁ ବିଧି ଅନୁସାରେ ଦତ୍ତ ମହାପାତ୍ର ସେବାୟତଙ୍କୁ ହିଙ୍ଗୁଳ, ହର୍ତାଳ, କସ୍ତୁରୀ ଓ କେଶର ଯୋଗାଇ ଦିଆଯାଇଛି। ଏହାକୁ ମିଶ୍ରଣ କରି ସ୍ୱତନ୍ତ୍ର ରଙ୍ଗ ପ୍ରସ୍ତୁତ କରି ସେବକମାନେ ଅପରାହ୍ନରେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ରତ୍ନସିଂହାସନ ଉପରେ ଚଢ଼ି ଅଧର ପୋଛା କରି ତାପରେ ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ସମୟରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏହି ସେବାରେ ୫ ଜଣ ଦତ୍ତ ମହାପାତ୍ର ସେବାୟତ ନିୟୋଜିତ ରହିବେ।

ଅନ୍ୟମାନଙ୍କୁ ଜଣାନ୍ତୁ।