You are currently viewing ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସୁନାବେଶ, ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସୁନାବେଶ, ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(ଏଏନଏସ) ୧୯.୧୧.୨୦୨୧, ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଅବସରରେ ପୁରୀ ଶ୍ରୀମନ୍ଦିରର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । କରୋନା କଟକଣାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ଏହି କାରଣରୁ ସିଂହଦ୍ଵାର ସମ୍ମୁଖରୁ ଜଗାକୁ ଦର୍ଶନ କରୁଛନ୍ତି ଭକ୍ତ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଶ୍ରୀବିଗ୍ରହମାନଙ୍କର ଅବକାଶ ନୀତି ପରେ ରାଜବେଶ ଅନୁଷ୍ଠିତ ହୋଇଥାଏ । ବିଭିନ୍ନ ପ୍ରକାର ରତ୍ନ ଅଳଙ୍କାର, ପୁଷ୍ପ ଅଳଙ୍କାର ଓ ମୂଲ୍ୟବାନ ପାଟବସ୍ତ୍ରରେ ସୁସଜ୍ଜିତ ହୋଇ ଠାକୁରମାନେ ରାଜରାଜେଶ୍ୱର ବେଶ ଧାରଣ କରିଥାନ୍ତି। ତେବେ ଚଳିତ ବର୍ଷ ଏହି ଦର୍ଶନରୁ ବଞ୍ଚିତ ହେବେ ଭକ୍ତ ।
ତେବେ କରୋନା କଟକଣା ଯୋଗୁ  କିଛି ସ୍ଥାନରେ ବୋଇତ ବନ୍ଦାଣ ବନ୍ଦ ରହିଛି । କିନ୍ତୁ ଆଉ କେତେକ ସ୍ଥାନରେ କଟକଣାକୁ ଫୁ କରି ଲୋକେ ବୋଇତ ଭସାଣ କରିଥିବା ଦେଖିବାକୁ ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।