You are currently viewing ଶ୍ରୀପଞ୍ଚମୀରେ ଅନୁକୂଳ ହେଲା ରଥକାଠ

ଶ୍ରୀପଞ୍ଚମୀରେ ଅନୁକୂଳ ହେଲା ରଥକାଠ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ)୦୬.୦୨.୨୦୨୨, ପୁରୀରେ ରୀତିନୀତି ଅନୁଯାୟୀ ଭାଇଭଉଣୀ ଶ୍ରୀ ଜଗନ୍ନାଥ, ବଳଭଦ୍ର ଏବଂ ସୁଭଦ୍ରାଙ୍କ ତିନିଟି ରଥର ନିର୍ମାଣ ପ୍ରକ୍ରିୟା ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି। ତିନି ରଥ ପାଇଁ ତିନିଟି ୧୨ ଫୁଟିଆ ଧଉରା କାଠକୁ ରଥଖଳାରେ ପୁଷ୍ପମାଲ୍ୟ ଅର୍ପଣପୂର୍ବକ ପୂଜାର୍ଚ୍ଚନା କରାଯାଇଛି। ଏହାପୂର୍ବରୁ ବୁଧବାର ଦିନ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲା ଜଙ୍ଗଲରୁ ୬୪ ଟି କାଠ ଅଣାଯାଇଥିଲା।

ଏହି ଅବସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଉପଜିଲ୍ଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନାଙ୍କ ସମେତ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ବରିଷ୍ଠ ସେବାୟତ, ଶ୍ରୀମନ୍ଦିର କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କୁ ଜଣାନ୍ତୁ।