You are currently viewing ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ; ବିଧାନସଭାର ଏକ କମିଟି ଗଠନ କରିବାକୁ ଦାବି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ; ବିଧାନସଭାର ଏକ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର(ଏଏନଏସ)୨୯/୦୩, ବିଧାନସଭାର ବଜେଟ ଅଧିବେଶନର ଶୂନ୍ୟକାଳରେ ଉଠିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ । ଏହି ପ୍ରସଙ୍ଗ ଉଠାଇଲେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ସେ କହିଛନ୍ତି ଯେ, ବିକାଶମୂଳକ କାର୍ଯ୍ୟକୁ କେହି ବିରୋଧ କରିବେ ନାହିଁ। ମାତ୍ର ବିକାଶ ନାଁରେ ମନ୍ଦିର ପ୍ରତି ଯଦି ବିପଦ ସୃଷ୍ଟି ହେବ ସେଥିପାଇଁ ସରକାର ଦାୟୀ ହେବେ। ଭାଇବ୍ରେସନ ପାଇଁ ଶ୍ରୀମନ୍ଦିରରେ ଫାଟ ସୃଷ୍ଟି ହୋଇଛି ।
ଏଏସଆଇ ଓ ଏଏନଏମ କହିଛନ୍ତି  ଆମେ କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ପ୍ରକଳ୍ପ ପାଇଁ ଅନୁମତି ଦେଇ ନାହୁଁ । ପ୍ରକୃତରେ ବାସ୍ତବ କଥା କଣ ,ଜାଣିବାକୁ ବିଧାନସଭାର ଏକ କମିଟି ଗଠନ କରି ପୁରୀ ପଠାଇବା ପାଇଁ ଦାବି କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ।
ଅନ୍ୟପଟେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ, ପ୍ରକୃତରେ ମନ୍ଦିର ପ୍ରତି ବିପଦ ସୃଷ୍ଟି ହୋଇଛି କି ନାହିଁ ଲୋକଙ୍କ ସନ୍ଦେହ ଦୂର କରିବା ସରକାରଙ୍କ ଦାୟିତ୍ୱ । ତେଣୁ ବାଚସ୍ପତି ବିଧାନସଭାର କମିଟି ଗଠନ କରିବାକୁ ରୁଲିଂ ଦିଅନ୍ତୁ।

ଅନ୍ୟମାନଙ୍କୁ ଜଣାନ୍ତୁ।