maheswar

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଶ୍ରୀ ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ସ୍ୱର୍ଗତଃ ମହାନ୍ତି ଗତକିଛିଦିନ ଧରି ଗୁରୁତର ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ସ୍ୱର୍ଗତଃ ମହାନ୍ତିଙ୍କର ବୟୋଗ ଘଟିଛି । ରାଜ୍ୟ ରାଜନୀତିରେ ଜଣେ କୁଶଳୀ ରାଜନେତା ଥିଲେ ସ୍ୱର୍ଗତଃ ମହାନ୍ତି । ସ୍ୱର୍ଗତଃ ମହାନ୍ତିଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦୁଃଖ ପ୍ରକାଶ କରିଛନ୍ତି । 

ସ୍ୱର୍ଗତଃ ମହାନ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି । 

ଅନ୍ୟମାନଙ୍କୁ ଜଣାନ୍ତୁ।