You are currently viewing ଭିଜିଲାନ୍ସ ଜାଲରେ ବହିଷ୍କୃତ କନେଷ୍ଟବଲ ପ୍ରସନ୍ନ ବେହେରା

ଭିଜିଲାନ୍ସ ଜାଲରେ ବହିଷ୍କୃତ କନେଷ୍ଟବଲ ପ୍ରସନ୍ନ ବେହେରା

ଭୁବନେଶ୍ୱର(ଏଏନଏସ) ୨୮/୧୦: ଭିଜିଲାନ୍ସ ଜାଲରେ ବହିଷ୍କୃତ କନେଷ୍ଟବଲ ପ୍ରସନ୍ନ ବେହେରା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରସନ୍ନ ଘରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ପ୍ରସନ୍ନଙ୍କ ୫ଟି ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହି ଚଢାଉରେ ୫ଟି ଭିଜିଲାନ୍ସ ଟିମ୍ ନିୟୋଜିତ ଅଛନ୍ତି । ଭୁବନେଶ୍ୱର କଳ୍ପନା ଛକ ଘର, ଡୁମଡୁମାର ସ୍ପାର୍କ ଫର୍ନିଚର, ଲିଙ୍ଗିପୁର ଫର୍ଣ୍ଣିଚର ଓ୍ଵାର୍କସପ, ପାତ୍ରପଡା ସ୍ଥିତ ସାଉଥ ସିଟି ବାର୍ ସମେତ ପୈତୃକ ଘର ଖୋର୍ଦ୍ଧା ଜିଲ୍ଲା ନୂଆପଡାରେ ଏକ କାଳୀନ ଚଢାଉ କରୁଛି ଭିଜିଲାନ୍ସର ଟିମ । ଭିଜିଲାନ୍ସର ସ୍ୱତନ୍ତ୍ର ଜଜଙ୍କ ଆଦେଶକ୍ରମେ ସଦାନନ୍ଦ ବେହେରାଙ୍କ ପୁଅ ପ୍ରସନ୍ନ କୁମାର ବେହେରାଙ୍କ ଘରେ ଚଢ଼ାଉ କରାଯାଉଥିବାର ସୂଚନା ମିଳିଛି। ଚଢାଉରେ ୫ଟି ଟିମରେ ୨ ଜଣ ଡିଏସ୍ପି, ୬ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । ମନୀଷ ଅନୁରାଗ ହତ୍ୟା ମାମଲାରେ ଚାକିରିରୁ ବିଦା ହୋଇଥିଲେ କନଷ୍ଟେବଳ ପ୍ରସନ୍ନ କୁମାର ବେହେରା । ବିନା ଲାଇସେନ୍ସରେ ଭୁବନେଶ୍ୱର ପାତ୍ରପଡ଼ା ସାଉଥ ସିଟି ବାର୍ ଚଳାଇବା ଅଭିଯୋଗରେ ପ୍ରସନ୍ନଙ୍କୁ ଗିରଫ କରାଯାଇଥିଲା ।

ଅନ୍ୟମାନଙ୍କୁ ଜଣାନ୍ତୁ।