ଭୁବନେଶ୍ୱର, ରାଜ୍ୟରେ ଅସହ୍ୟ ହେଲାଣି ତାତି । ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୪ ଡିଗ୍ରୀ ବୃଦ୍ଧି ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୨୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଜିଲ୍ଲାଗୁଡିକ ଯଥା- ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ନୟାଗଡ଼ ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ଯାଜପୁର ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଗ୍ରାଷ୍ମପ୍ରବାହ ନେଇ ବୃଦ୍ଧ, ରୋଗାକ୍ରାନ୍ତ, ଶିଶୁଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।