You are currently viewing ଗୋପବନ୍ଧୁ ଓ ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ଲୋକାର୍ପଣ  କଲେ ମୁଖ୍ୟମନ୍ତ୍ରୀ

ଗୋପବନ୍ଧୁ ଓ ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର, ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଲୋକାର୍ପଣ କରିଥିଲେ । ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି । ମହାତ୍ମାଗାନ୍ଧୀଙ୍କ କଟକ ଗସ୍ତ ସମୟରେ କାଠଯୋଡି ନଦୀପଠାରେ କରିଥିବା ଏକ ବିରାଟ ଜନସମାବେଶର ପ୍ରତିଛବିକୁ ବ୍ରୋଞ୍ଜର ପ୍ରତିମୂର୍ତ୍ତିରେ ସ୍ଥାପିତ କରାଯାଇଛି । ଏହି ପ୍ରତିମୂର୍ତ୍ତୀ କଟକକୁ ଆସୁଥିବା ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ।

ଅନ୍ୟମାନଙ୍କୁ ଜଣାନ୍ତୁ।