You are currently viewing ପରଲୋକରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ

ପରଲୋକରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ବର, ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଦେହାନ୍ତ ହୋଇଛି । ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ରହିଛି । ଲକ୍ଷ୍ମୀପ୍ରିୟା ମହାପାତ୍ର ହେଉଛନ୍ତି ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ସ୍ୱର୍ଗତ କେଳୁଚରଣ ମହାପାତ୍ରଙ୍କ ପତ୍ନୀ । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ମୃତ୍ୟୁ ହୋଇଥିବା ସୂଚନା । ସ୍ବର୍ଗତ ନୃତ୍ୟଶିଳ୍ପୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି ଏବଂ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ତେବେ ଆଜି ପୁରୀରେ ତାଙ୍କର ଶେଷକୃତ୍ୟ କରାଯିବ।

ଅନ୍ୟମାନଙ୍କୁ ଜଣାନ୍ତୁ।