You are currently viewing ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି

ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(୧.୨.୨୩) : ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ ତାରିଖରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୧୦ ତାରିଖରେ ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନରେ ଆସି ଦିନ ୧୧ଟା ୪୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୧୦ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବେ ।ଦିନ ୧୨ଟା ୨୫ରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଧ୍ୟାହ୍ନ ଗୋଟାଏ ୨୫ମିନିଟରେ ରାଜଭବନରେ ପହଞ୍ଚିବେ। ରାଜଭବନରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍‌ଣ ୪ଟା ୧୫ରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ସେହିପରି ୧୧ ତାରିଖରେ ସକାଳ ୯ଟା ୧୫ରେ ଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ଯିବେ । ଦିନ ୧୧ଟାରେ କଟକ ସ୍ଥିତ ନାସନାଲ ରାଇସ ରିସର୍ଟ ଇନଷ୍ଟିଚ୍ୟୁଟରେ ଆୟୋଜିତ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଭୁବନେଶ୍ୱର ଫେରି ୧୨ଟା ୫୫ ମିନିଟରେ ସ୍ୱତନ୍ତ୍ର ବମାନରେ ଦିଲ୍ଲୀ ଅଭିମୁଖେ ଫେରିଯିବେ । ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଦ୍ୱିତୀୟ ଥର ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଅନ୍ୟମାନଙ୍କୁ ଜଣାନ୍ତୁ।