You are currently viewing ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗ ଦେବେ ରାଷ୍ଟ୍ରପତି

ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗ ଦେବେ ରାଷ୍ଟ୍ରପତି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ)୦୭/୦୨, ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଓଡିଶା ଗସ୍ତରେ ଆସୁଥିବାବେଳେ ଭୁବନେଶ୍ୱର ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ ପାଳନ ହେବ । ଏହି ସମାରୋହରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠାତା ପରମହଂସ ପ୍ରଜ୍ଞାନାନନ୍ଦ ଆଶୀର୍ବାଦ ପ୍ରଦାନ କରିବେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଏମ୍ସି ମେୟର ସୁଲୋଚନା ଦାସ ଓ ଜ୍ଞାନପ୍ରଭା ମିଶନର ସଭାପତି ଶ୍ରୀମତୀ ଜ୍ୟୋତିର୍ମୟୀ ମିଶ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ। ଏଥିସହ ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଭଳି କଟକର ସିଆରଆରଆଇରେ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ। ଏଥିସହ ୧୧ତାରିଖ ଦିନ ସକାଳୁ ରାଷ୍ଟ୍ରପତିଙ୍କ ମହାପ୍ରଭୁ ଲିଙ୍ଗରାଜ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ କମିସନରେଟ୍‌‌ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ ପରିଚାଳନା ଗୁରୁତ୍ୱ ଦିଆଯାଇଛି। ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବା ପର ଠାରୁ, କାର୍ଯ୍ୟକ୍ରମ ସ୍ଥଳକୁ ଯିବା, ରାଜଭବନରେ ରାତିରହଣୀ, ଲିଙ୍ଗରାଜ ମନ୍ଦିର ଦର୍ଶନ ପର୍ଯ୍ୟନ୍ତ ସବୁଠି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ। ଏନେଇ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିପାଇଁ ବିମାନବନ୍ଦରରୁ ରାଜଭବନ ଓ କାର୍ଯ୍ୟକ୍ରମ ସ୍ଥଳ ସବୁଠି ସୁରକ୍ଷା ବନ୍ଦୋବସ୍ତ ବିଷୟରେ ଆଲୋଚନା ହୋଇଥିଲା। ଆବଶ୍ୟକତା ଅନୁସାରେ ପୋଲିସ ଫୋର୍ସ ମୁତୟନ କରାଯିବ। ସେନେଇ ପରବର୍ତ୍ତୀ ପର୍ଯ୍ୟାୟରେ ନିଷ୍ପତ୍ତି ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।